ଅବପାତ ହୋଇ ମଧ୍ୟାହ୍ନରେ ପୁରୀ ପହଞ୍ଚିବ ‘ଜୱାଦ’

0

ଟଳିଗଲା ବିପଦ । ବାତ୍ୟା ନୁହେଁ ଆଜି ଅବପାତ ହୋଇ ପୁରୀ ଉପକୂଳ ଛୁଇଁବ ‘ଜୱାଦ’ । ଘଣ୍ଟାକୁ ୧୧ କିଲୋମିଟର ବେଗରେ ଉପକୂଳ ମୁହାଁ ହେଉଛି ଗଭୀର ଅବପାତ । ବର୍ତ୍ତମାନ ଏହା ଆନ୍ଧ୍ରପ୍ରଦେଶ ଉପକୂଳ ଠାରୁ ୧୮୦ କିଲୋମିଟର ଦୂରରେ ରହିଛି । ସେହିପରି ଗୋପାଳପୁର ଠାରୁ ଦକ୍ଷିଣରେ ୨୦୦ କିଲୋମିଟର, ପୁରୀ ଠାରୁ ଦକ୍ଷିଣ-ଦକ୍ଷିଣପଶ୍ଚିମରେ ୨୭୦ କିଲୋମିଟର ଓ ପାରାଦୀପ ଠାରୁ ସମାନ ଦିଗରେ ୩୬୦ କିଲୋମିଟର ଦୂରରେ ରହିଛି ଗଭୀର ଅବପାତ ।

ଏହା କ୍ରମଶଃ ଦୁର୍ବଳ ହୋଇ ଅବପାତରେ ପରିଣତ ହୋଇ ଆଜି ମଧ୍ୟାହ୍ନ ସୁଦ୍ଧା ପୁରୀ ଉପକୂଳ ପହଞ୍ଚିବ । ପରେ ଏହା ଉତ୍ତର-ଉତ୍ତରପୂର୍ବ ଦିଗରେ ଓଡ଼ିଶା ଉପକୂଳ ଦେଇ ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବ । ପରବର୍ତ୍ତୀ ୧୨ ଘଣ୍ଟାରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଅବପାତ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି ।

Leave a comment