କେମିକାଲ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ:୧୨ ଜୀବନ୍ତ ଦଗ୍ଧ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମହାରାଷ୍ଟ୍ରର ପୁଣେ ସ୍ଥିତ ଏକ ୱାଟର ପ୍ୟୁରିଫାୟର କେମିକାଲ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ ଘଟିବା ଫଳରେ ୧୨ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଥିବାବେଳେ ସୁଦ୍ଧା ୫ ଜଣ ନିଖୋଜ ଥିବା ଜଣାପଡ଼ିଛି । ସୂଚନା ଅନୁସାରେ, ପିରାନଗଟ ଶିଳ୍ପାଞ୍ଚଳରେ ଏକ କେମିକାଲ ଫ୍ୟାକ୍ଟ୍ରିରେ ଏହି ଭୟାବହ ଅଗ୍ନିକାଣ୍ଡ ଘଟିଛି । ଖବରପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିବା ସୂଚନା ମିଳିଛି । ତେବେ ଆଉ କିଛିଲୋକ ଫ୍ୟାକ୍ଟ୍ରି ମଧ୍ୟରେ ଫସି ରହିଥିବା ବେଳେ ଅଗ୍ନିଶମ ବାହିନୀ ଏବଂ ସ୍ଥାନୀୟ ଲୋକଙ୍କ ଦ୍ୱାରା ଉଦ୍ଧାର କାର୍ଯ୍ୟ ଜାରି ରହିଛି । କେଉଁ କାରଣ ପାଇଁ ନିଆଁ ଲାଗିଥିଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନଥିବା ବେଳେ ଘଟଣା ସ୍ଥଳରେ ପୁଣେ ଅଗ୍ନିଶମ ବାହିନୀର ବରିଷ୍ଠ ଅଧିକାରୀ ମାନେ ତଦନ୍ତ ଜାରି ରଖିଛନ୍ତି ।