ଧନପ୍ରାପ୍ତି ଯୋଗ, ଆଜିଠାରୁ ହନୁମାନଙ୍କ କୃପାରୁ ସମ୍ପୂର୍ଣ୍ଣ ବଦଳିଯିବ ଏହି ୪ଟି ରାଶିର ଭାଗ୍ୟ
ହନୁମାନଙ୍କ କୃପାଦୃଷ୍ଟି ଆଜିଠାରୁ ଆଗାମୀ ସପ୍ତାହ ପର୍ଯ୍ୟନ୍ତ ଏହି ୪ଟି ରାଶି ଉପରେ ରହିବ। ତେଣୁ ଏହି ରାଶିମାନଙ୍କ ଭଲ ସମୟ ଆଜିଠାରୁ ଆରମ୍ଭ ହେଉଛି।ବ୍ୟବସାୟରେ ଲାଭ ସହିତ ଅଚାନକ ଧନପ୍ରାପ୍ତି ହେବାର ଯୋଗ ମଧ୍ୟ ରହୁଛି।ତେବେ ଆସନ୍ତୁ ବିସ୍ତୃତ ଭାବରେ ଜାଣିବା ଏହି ରାଶିମାନଙ୍କ ବିଷୟରେ।
ବୃଷ:- ଅଚାନକ ଧନ ପ୍ରାପ୍ତି ହେବ। ବ୍ୟବସାୟ ମାନ୍ଦା ଚାଲିଲେ ମଧ୍ୟ ଅନ୍ତରେ ଆପଣଙ୍କୁ ଲାଭ ହେବ। ଶତ୍ରୁ ବଳଶାଳୀ ହୋଇଥିବାରୁ ତାଙ୍କୁ ସହ ଲାଗନ୍ତୁ ନାହିଁ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ବାଦବିବାଦ, ପ୍ରତିଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଓ ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ ।
ଧନୁ:-କାରବାର ଓ କାମ-କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ । ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ।
କୁମ୍ଭ:-ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ରାଜନୀତି ମାମଲାରେ ସଫଳତା ମିଳିବ । ନୂତନ ବସ୍ତୁ କ୍ରୟ କରିପାରିବେ । କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ । ପାରିବାରିକ ମାମଲା ବହୁତ ସହଜ ସରଳହେବ । କଷ୍ଟରୁ ଅତିକଷ୍ଟରେ କାର୍ଯ୍ୟ ହାସଲ କରିବାକୁ ଚେଷ୍ଟା କରିବେ ।
ମୀନ:- ଅଚାନକ ଧନ ପ୍ରାପ୍ତି ହେବ। ବତାବାପର ବୃଦ୍ଧି ସହିତ ଲାଭ ହେବ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଧନର ଆଗମନ ହୋଇପାରେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ ।