ପୂର୍ବତନ ବିଧାୟକ ଉତ୍କଳୀ କେଶରୀ ପରିଡାଙ୍କ ପରଲୋକ
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟକ ତଥା ପୂର୍ବତନ ବିଜେଡି ଜିଲ୍ଲା ସଭାପତି ଉତ୍କଳ କେଶରୀ ପରିଡ଼ାଙ୍କ ଦେହାନ୍ତ। ଆଜି ସକାଳେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୩ବର୍ଷ ବୟସ ହୋଇଥିଲା। ଏ ନେଇ ତାଙ୍କ ପୁଅ କଳିଙ୍ଗ କେଶରୀ ପରିଡ଼ା ସୂଚନା ପ୍ରଦାନ କରିଛନ୍ତି। ଦୀର୍ଘ ଦିନ ଧରି ଉତ୍କଳ କେଶରୀ ଅସୁସ୍ଥ ଥିଲେ। ବିଭିନ୍ନ ପର୍ଯ୍ୟାୟରେ ତାଙ୍କର ଚିକିତ୍ସା ଚାଲିଥିଲା।
ଉତ୍କଳୀ କେଶରୀ ପରିଡା ଓଡ଼ିଶା ରାଜନୀତିରେ ଓଡ଼ିଶା ଗଣ ପରିଷଦର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ। ସେ ଛାତ୍ର ଜୀବନରୁ ରାଜନୀତିରେ ପ୍ରବେଶ କରିଥିଲେ l ସାଲେପୁର କଲେଜ ଛାତ୍ର ସଂସଦ ସଭାପତି ଭାବେ ସେ ନିର୍ବାଚିତ ହୋଇଥିଲେ। ପରେ ଡେରାବିଶ ବ୍ଲକ ଚେୟାରମ୍ୟାନ ଭାବେ କାର୍ଯ୍ୟ କରିଥିଲେ। ୨୦୦୪ରେ ସେ ଓଡ଼ିଶା ଗଣ ପରିଷଦ ଟିକେଟରେ ଲଢ଼ି କେନ୍ଦ୍ରାପଡା ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୨୦୧୯ରୁ ୨୦୨୩ ପର୍ଯ୍ୟନ୍ତ କେନ୍ଦ୍ରାପଡା ଜିଲ୍ଲା ବିଜେଡି ସଭାପତି ଭାବେ ଦାୟିତ୍ବ ତୁଲାଇଥିଲେ।