ବୁଧବାର ଚନ୍ଦ୍ରରେ ଅବତରଣ କରିବ ଭାରତର ଚନ୍ଦ୍ରଯାନ-୩

0

୨୩ ଅଗଷ୍ଟ ୨୦୨୩ ସନ୍ଧ୍ୟାରେ ଭାରତର ଚନ୍ଦ୍ରଯାନ-୩ ଚନ୍ଦ୍ରପୃଷ୍ଠରେ ଅବତରଣ କରିବ । ଇସ୍ରୋ (ଭାରତୀୟ ମହାକାଶ ଗବେଷଣା ସଂଗଠନ)ର ଅଧ୍ୟକ୍ଷ ତଥା ମହାକାଶ ବିଭାଗ ସଚିବ ଡ. ଏସ୍ ସୋମନାଥ ଆଜି ନୂଆଦିଲ୍ଲୀରେ ପହଞ୍ଚି କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ, କାର୍ମିକ, ସାଧାରଣ ଅଭିଯୋଗ, ପେନସନ ପ୍ରଶାସନ, ଆଣବିକ ଶକ୍ତି ଏବଂ ମହାକାଶ ରାଷ୍ଟ୍ରମନ୍ତ୍ରୀ ଡ.ଜିତେନ୍ଦ୍ର ସିଂହଙ୍କୁ ସାକ୍ଷାତ କରି ଚନ୍ଦ୍ରଯାନ-୩ର ସ୍ଥିତି ଏବଂ ପ୍ରସ୍ତୁତି ବିଷୟରେ ଅବଗତ କରାଇଛନ୍ତି ।

ଇସ୍ରୋ ଅଧ୍ୟକ୍ଷ ଚନ୍ଦ୍ରଯାନ-୩ର ସ୍ଥିତି ଓ ଗତିବିଧି ସମ୍ପର୍କରେ ମନ୍ତ୍ରୀଙ୍କୁ ଅବଗତ କରାଇ କହିଛନ୍ତି ଯେ ସମସ୍ତ ପ୍ରଣାଳୀ ଠିକ୍ ଭାବେ କାର୍ଯ୍ୟ କରୁଛି ଏବଂ ବୁଧବାର କୌଣସି ଆକସ୍ମିକ ପରିସ୍ଥିତି ଦେଖାଦେବାର ସମ୍ଭାବନା ନାହିଁ। ଆଗାମୀ ଦୁଇ ଦିନ ମଧ୍ୟରେ ଚନ୍ଦ୍ରଯାନ-୩ର ସ୍ଥିତି ଉପରେ ଲଗାତାର ନଜର ରଖାଯିବ । ଦୁଇ ଦିନ ପୂର୍ବରୁ ଅବତରଣର ଚୂଡ଼ାନ୍ତ ସିକ୍ୱେନ୍ସ ଲୋଡ୍ କରି ପରୀକ୍ଷା କରାଯିବ ବୋଲି ସେ କହିଛନ୍ତି।

ଡକ୍ଟର ଜିତେନ୍ଦ୍ର ସିଂ ଏଥର ଚନ୍ଦ୍ରଯାନ-୩ ସଫ୍ଟ ଲ୍ୟାଣ୍ଡିଂ ଉପରେ ଆସ୍ଥା ପ୍ରକଟ କରିବା ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନରେ ଏହା ଗ୍ରହ ଅନୁସନ୍ଧାନର ଏକ ନୂତନ ଇତିହାସ ରଚିବ ବୋଲି ଆଶା ବ୍ୟକ୍ତ କରିଥିଲେ ।

Leave a comment