୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା

0

ଓଡ଼ିଶାଫାଷ୍ଟ (ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଏବଂ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସହିତ ଘଡ଼ଘଡିର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୱାଣ୍ଣିଂ ଜାରୀ କରାଯାଇଛି । ବିଶେଷକରି କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, କଟକ,ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହିତ୧୯ ଜିଲ୍ଲାରେ ଘଡଘଡି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଜିଲ୍ଲା ଗୁଡିକ ହେଲା, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା,କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେଉଁଝର, ମୟୁରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର ।

Leave a comment