ରାଜ୍ୟରେ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଆଜି ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ବରଗଡ, ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ବରଗଡ ଜିଲ୍ଲାର ଜଣେ ୪୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ଭଦ୍ରକ ଜିଲ୍ଲାର ଜଣେ ୩୦ ବର୍ଷ ବୟସ୍କା ମହିଳା ଯିଏ କ୍ରୋନିକ୍ କିଡନୀ ରୋଗରେ ପୀଡିତ ଥିଲେ । ଭୁବନେଶ୍ବରର ଜଣେ ୩୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ । ଭୁବନେଶ୍ବରର ଜଣେ ୮୦ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ ।