ଆଉ ୧୦ ଜଣଙ୍କ ମୁଣ୍ଡ ନେଲା କରୋନା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ରାଜ୍ୟରେ ଆଉ ୧୦ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୯୭କୁ ବୃଦ୍ଧି ପାଇଛି।
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୪ ଜଣ ଅଛନ୍ତି। ଫଳରେ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି। ସେହିପରି ଖୋର୍ଦ୍ଧା ଜିଲ୍ଲାରେ ଆଉ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଫଳରେ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୨୮ରେ ପହଞ୍ଚି ଯାଇଛି। ଯାଜପୁର, କଳାହାଣ୍ଡି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Leave a comment