ନୂଆ ୬ ପଜିଟିଭ୍ , ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୮

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):  ରାଜ୍ୟରେ ଆଜି ଆଉ ୬ଜଣ କରୋନା ପଜିଟିଭ୍‍ ଚିହ୍ନଟ ହୋଇଛନ୍ତି ।  ଆଜି ବାଲେଶ୍ୱରର ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ବଲାଙ୍ଗୀରରୁ ୨ଜଣ ଓ ଯାଜପୁରର ଆଉ ୩ଜଣ କରୋନା ପଜିଟିଭ୍‍ ଚିହ୍ନଟ ହୋଇଛନ୍ତି । ଏହା ସହ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୮ରେ ପହଞ୍ଚିଛି ।  ଆଜି  ନୂଆ ଜିଲ୍ଲା ଭାବେ ବଲାଙ୍ଗୀର କରୋନା  ଚିନ୍ହଟ ହୋଇଛି।  ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟର୧୫ଟି ଜିଲ୍ଲାରେ କରୋନାର ପ୍ରଭାବ ଦେଖିବାକୁ ମିଳିଛି । ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୪୭ଜଣ କରୋନା ପଜିଟିଭ୍‍ ଚିହ୍ନଟ ହୋଇଥିବାବେଳେ ଯାଜପୁରରେ ୩୯ଜଣ ପଜିଟିଭ୍‍ ଚିହ୍ନଟ ହୋଇଛନ୍ତି । ସେହିପରି ବାଲେଶ୍ୱର ଜିଲ୍ଲାରେ ୨୦ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଭଦ୍ରକ ଜିଲ୍ଲାରେ ୧୯ଜଣ ଓ ସୁନ୍ଦରଗଡ ଜିଲ୍ଲାରେ ୧୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନ୍ୟପକ୍ଷରେ କେନ୍ଦ୍ରାପଡା, କଳାହାଣ୍ଡି ଓ ବଲାଙ୍ଗୀର ଜିଲ୍ଲାରେ ଦୁଇଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି ।

Leave a comment