ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ୨ ଯବାନ ଗୁରୁତର
ଯବାନମାନେ ସର୍ଚ୍ଚ ଅପରେସନରେ ଯାଇଥିବା ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଛି। ବିସ୍ଫୋରଣରେ ୨ଜଣ ଯବାନ ଗୁରୁତର ଆହତ ହୋଇଥିବା ସୂଚନା ରହିଛି। ଘଟଣା ଘଟିଛି ବୌଦ୍ଧ ଜିଲ୍ଲା ନଳୀକୁମ୍ପା ଜଙ୍ଗଲରେ।
ଆଜି ସକାଳେ ଯବାନ ମାନେ ନଳୀକୁମ୍ପା ଜଙ୍ଗଲରେ ସର୍ଚ୍ଚ ଅପରେସନ କରୁଥିଲେ। ନକ୍ସଲମାନେ ଯବାନଙ୍କ ଗାଡ଼ିକୁ ଓଡ଼ାଇ ଦେବାକୁ ଲ୍ୟାଣ୍ଡମାଇନ ଖଞ୍ଜି ରଖିଥିଲେ। ଯବାନ ସେହି ରାସ୍ତାଦେଇ ଯିବା ବେଳେ ବିସ୍ଫୋରଣ ହୋଇଥିଲା।
ଏଥିରେ ୨ଜଣ SOG ଯବାନ ଗୁରୁତର ଆହତ ହୋଇଥିଲେ।ଆହତ ଯବାନଙ୍କୁ ପ୍ରଥମେ କଣ୍ଟାମାଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କୁ ବଲାଙ୍ଗୀର ଭୀମ ଭୋଇ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।
ଯବାନମାନେ କମ୍ବିଂ ଅପରେସନ କରୁଥିବା ବେଳେ ହଠାତ ଆଇଇଡି ବିସ୍ଫୋରଣ ହୋଇଥିବା ନେଇ ସୂଚନା ମିଳିଛି। ନଳୀକୁମ୍ପା ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି।