ରାଜ୍ୟରେ ଚିହ୍ନଟ ହେଲେ ୨୨୪୪ କରୋନା ସଂକ୍ରମିତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଆଜି ୨୨୪୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୨୨୯୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୯୦ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୮୫୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
Covid-19 Report For 16th August
New Positives Cases: 2244
In quarantine: 1390
Local contacts: 854(Details of local contacts will be shared by concerned District Administration)
District Wise Cases
1. Angul: 15
2. Balasore: 142
3. Bargarh: 35
4. Bhadrak: 104
5. Balangir: 37— I & PR Department, Odisha (@IPR_Odisha) August 17, 2020
ଅନୁଗୁଳ ଜିଲ୍ଲାରୁ ୧୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୪୨ଜଣ, ବରଗଡ ଜିଲ୍ଲାରୁ ୩୫ଜଣ, ଭଦ୍ରକ ଜିଲ୍ଲାରୁ ୧୦୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୭ଜଣ, ବୌଦ୍ଧ ଜିଲ୍ଲାରୁ ୪୯ଜଣ, କଟକ ଜିଲ୍ଲାରୁ ୧୯୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୮ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୨୪୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୬ଜଣ, ଯାଜପୁର ଜିଲ୍ଲାରୁ ୯୮ଜଣ, ଝାରୁସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୬୭ଜଣ, କନ୍ଧମାଳ ଜିଲ୍ଲାରୁ ୧୨୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ୨୭ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୧୧ଜଣ, କୋରାପୁଟ ଜିଲ୍ଲାରୁ ୯୪ଜଣ, ମାଲକାନଗିରି ଜିଲ୍ଲାରୁ ୯୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୧ଜଣ, ନୟାଗଡ ଜିଲ୍ଲାରୁ ୧୩ଜଣ, ନୂଆପଡ଼ା ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୬୮ଜଣ, ରାୟଗଡ଼ା ଜିଲ୍ଲାରୁ ୧୬୦ଜଣ, ସମ୍ବଲପୁର ଜିଲ୍ଲାରୁ ୩୫ଜଣ, ସୋନପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୩୬ଜଣ ରହିଛନ୍ତି ।