ଖୁସି ଖବର: ରାଜ୍ୟରେ ସର୍ବାଧିକ ୪୦୧ କରୋନା ଆକ୍ରାନ୍ତ ସୁସ୍ଥ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଗୁରୁବାର ରାଜ୍ୟରେ ସର୍ବାଧିକ ୪୦୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
15 from Khurdha
14 from Bargarh
14 from Bhadrak
12 from Balasore
10 from Keonjhar
10 from Malkangiri
9 from Jagatsinghpur
7 each from Jharsuguda & Mayurbhanj
6 from Kandhamal
5 each from Nayagarh & Sambalpur
4 from Nabarangpur
3 from Kendrapara
2 from Dhenkanal— H & FW Dept Odisha (@HFWOdisha) July 9, 2020
ନୂଆ ଆରୋଗ୍ୟଙ୍କୁ ମିଶାଇ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୭୪୦୭ରେ ପହଞ୍ଚିଛି। ଉପରୋକ୍ତ ୪୦୧ ଆରୋଗ୍ୟଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୦୦ଜଣ ରହିଛନ୍ତି।ସେହପରି ଗଜପତି ଜିଲ୍ଲାରୁ ୬୭ଜଣ, କଟକ ଜିଲ୍ଲାରୁ ୪୨ଜଣ, ଯାଜପୁର ଜିଲ୍ଲାରୁ ୩୨ଜଣ, ଦେବଗଡ଼ ଜିଲ୍ଲାରୁ ୧୯ଜଣ, କୋରାପୁଟ ଜିଲ୍ଲାରୁ ୧୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫ଜଣ, ବରଗଡ଼ ଜିଲ୍ଲାରୁ ୧୪ଜଣ, ଭଦ୍ରକରୁ ୧୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ମାଲକାନଗିରି ଜିଲ୍ଲାରୁ ୧୦ଜଣ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଓ ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ ଲେଖାଏଁ, କନ୍ଧମାଳ ଜିଲ୍ଲାରୁ ୬ଜଣ, ନୟାଗଡ଼ ଓ ସମ୍ବଲପୁର ଜିଲ୍ଲାରୁ ୫ଜଣ ଲେଖାଏଁ ଓ ନବରଙ୍ଗପୁର ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ଓ ଢେ଼ଙ୍କାନାଳ ଜିଲ୍ଲାରୁ ୨ଜଣ କରୋନା ଆକ୍ରାନ୍ତ ଆଜି ସୁସ୍ଥ ହୋଇ ଘରକୁ ଫେରିଛନ୍ତି।