୨୪ଘଣ୍ଟାରେ କରୋନା ନେଲା ୪୪ ଜଣଙ୍କ ଜୀବନ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୦୯୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୧୬୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ ରହିଥିବା ବେଳେ ଅନୁଗୁଳ , ବରଗଡ଼ , କଟକ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ ଲେଖାଏଁ ରହିଛନ୍ତି । ସେହିପରି କଳାହାଣ୍ଡି , ସୁନ୍ଦରଗଡ଼, ପୁରୀ, ରାୟଗଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବଲାଙ୍ଗୀର , ବୌଦ୍ଧ , ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ଦେଓଗଡ଼, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।