ଖୋଲିଲା ରତ୍ନଭଣ୍ଡାର; ସୂଚନା ଦେଲେ ମୁଖ୍ୟମନ୍ତ୍ରୀ

0

ଠିକ୍ ୧ଟା ୨୮ ମିନିଟରେ ଖୋଲାଗଲା ବହୁ ପ୍ରତୀକ୍ଷିତ ମହାପ୍ରଭୁଙ୍କ ରତ୍ନଭଣ୍ଡାର। ବାହାର ରତ୍ନଭଣ୍ଡାରକୁ ଖୋଲାଯାଇଛି। ଏବେ ରତ୍ନଭଣ୍ଡାର ମଧ୍ୟରେ ୧୧ଜଣିଆ ସଦସ୍ୟ। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲେଖିଛନ୍ତି, ଜୟ ଜଗନ୍ନାଥ ହେ ମହାପ୍ରଭୁ! ତୁମେ ଲୀଳାମୟ। ତୁମ ଇଚ୍ଛାରେ ଏ ସାରା ସଂସାର ଆତଯାତ ହେଉଛି। ତୁମେ ଓଡ଼ିଆ ଜାତିର ହୃତ୍‌ ସ୍ପନ୍ଦନ। ଓଡ଼ିଆ ଜାତିର ଅସ୍ମିତା ଓ ସ୍ବାଭିମାନର ଶ୍ରେଷ୍ଠ ପରିଚୟ। ତୁମ ଇଚ୍ଛାରେ ଓଡ଼ିଆ ଜାତି ଆଜି ତାର ଅସ୍ମିତାର ପରିଚୟକୁ ନେଇ ଆଗକୁ ବଢ଼ିବାକୁ ଉଦ୍ୟମ ଆରମ୍ଭ କରିଛି। ତୁମ ଇଚ୍ଛାରେ ପ୍ରଥମେ ଶ୍ରୀମନ୍ଦିରର ଚାରି ଦ୍ଵାର ଖୋଲିଲା। ତୁମ ଇଚ୍ଛାରେ ୪୬ ବର୍ଷ ପରେ ଆଜି ଏକ ମହତ୍ ଉଦ୍ଦେଶ୍ୟ ନେଇ ରତ୍ନ ଭଣ୍ଡାର ଖୋଲାଗଲା। ଏ ମହାନ୍ କାର୍ଯ୍ୟ ସଫଳ ହେବ ବୋଲି ମୋର ଦୃଢ଼ ବିଶ୍ୱାସ। ତୁମ ଆଶୀର୍ବାଦରେ ପ୍ରତ୍ୟେକ ଓଡ଼ିଆ ଜାତି, ଗୋଷ୍ଠୀ, ବର୍ଣ୍ଣ ଓ ସର୍ବୋପରି ରାଜନୀତିର ଭେଦକୁ ଭୁଲି ଆଧ୍ୟାତ୍ମିକ ଓ ଭୌତିକ ଜଗତରେ ଓଡ଼ିଶାର ଏକ ନୂଆ ପରିଚୟ ସୃଷ୍ଟି କରିବାକୁ ଅଗ୍ରସର ହେଉ, ଏତିକି ପ୍ରାର୍ଥନା। ଜୟ ଜଗନ୍ନାଥ

Leave a comment