ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ
ବାଂଲାଦେଶ ଉପରେ ରହିଥିବା ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଛି ବର୍ଷା। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ ବିଭାଗର ସୂଚନା ଅନୁସାରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅତିପ୍ରବଳ ବର୍ଷା ହେବା ନେଇ ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର ଓ କେନ୍ଦୁଝର ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି ।
ସେହିଭଳି ୧୩ଟି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି ।ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର ସମସ୍ତ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ଏସଆରସି।