ରାଜ୍ୟସଭା ପାଇଁ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ ଆଜି
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟସଭା ପାଇଁ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଆଜି ଶେଷ ତାରିଖ । ଅପରାହ୍ନ ୩ଟାରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ଘୋଷଣା କରିବେ ରିଟର୍ଣ୍ଣିଂ ଅଫିସର ।
ରାଜ୍ୟସଭାରେ ଓଡ଼ିଶାର ଖାଲି ପଡିଥିବା ଆସନ ପାଇଁ ୪ ଜଣ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଓଡ଼ିଶାରୁ ସୁବାସ ସିଂ, ମୁନା ଖାଁ, ସୁଜିତ କୁମାର ଓ ମମତା ମହାନ୍ତ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଅନ୍ୟ କୌଣସି ପ୍ରାର୍ଥୀ ନାମାଙ୍କନ ଦାଖଲ କରି ନଥିବାରୁ ଏହି ଚାରି ପ୍ରାର୍ଥୀ ରାଜ୍ୟସଭାକୁ ଯିବା ସ୍ପଷ୍ଟ ହୋଇଛି।