ଆସନ୍ତାକାଲି ଠାରୁ ଅନେକ ଜିଲ୍ଲାରେ ଲକ୍ ଡାଉନ୍ ଘୋଷଣା କଲେ ରାଜ୍ୟ ସରକାର

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ରାଜ୍ୟ ସରକାର କେରୋନା ମୁକାବିଲା ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା କରି ୫ରୁ ଅଧିକ ଜିଲ୍ଲାର ସହର ଓ ସମସ୍ତ ଗ୍ରାମକୁ ଲକ୍‌-ଡାଉନ୍‌ ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ କହିଛନ୍ତି ଯେ, ଗତକିଛି ଦିନ ମଧ୍ୟରେ ବିଦେଶରୁ ୩୦୦୦ରୁ ଅଧିକ ଲୋକ ଓଡିଶାକୁ ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ୭୦ ପ୍ରତିଶତ ହେଉଛନ୍ତି ଖୋର୍ଦ୍ଧା, ଗଞ୍ଜାମ, କଟକ, କେନ୍ଦ୍ରାପଡା ଓ ଅନୁଗୁଳ ଜିଲ୍ଲାର। ତେଣୁ ପ୍ରଥମ ପର୍ୟ୍ୟାୟରେ ଏହି ୫ଟି ଜିଲ୍ଲାର ସବୁ ସହର ଓ ସବୁ ଗାଁ ସହିତ ସମ୍ବଲପୁର, ଝାରସୁଗୁଡା, ବାଲେଶ୍ବର, ରାଉରକେଲା, ଭଦ୍ରକ, ପୁରୀ, ଯାଜପୁର ରୋଡ ଏବଂ ଯାଜପୁର ଟାଉନରେ ୨୨ ମାର୍ଚ୍ଚ ରବିବାର ସକାଳ ୭ଟା ରୁ ୨୯ ମାର୍ଚ୍ଚ ରାତି ୯ଟା ପର୍ୟ୍ୟନ୍ତ ପ୍ରାୟ ସଂପୂର୍ଣ୍ଣ (ନିୟର ଟୋଟାଲ୍) ଲକ୍ ଡାଉନ୍ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି କରିଛନ୍ତି ।

ଏହି ଲକ୍ ଡଉନ୍ ସମୟରେ କେବଳ ବସ୍‌, ଟ୍ରେନ୍‌ ଓ ବିମାନ ସେବା ସହିତ ସଉଦା ଦୋକାନ, ପରିବା ଦୋକାନ, ମାଛ, ମାଂସ, ଅଣ୍ଡା, ଚିକେନ୍‌, ପେଟ୍ରୋଲ ପମ୍ପ ଏବଂ ମେଡିସିନ୍‌ ଦୋକାନ ଆଦି ଖୋଲା ରହିବ। ସେହିପରି ଏସବୁ ଅଞ୍ଚଳରେ ଡାକ୍ତରଖାନା, ବ୍ୟାଙ୍କ, ମ୍ୟୁନିସ୍‌ପାଲଟି ସେବା, ପୋଲିସ, ଅଗ୍ନିଶମ ସେବା, ଙଊଜଇୠ, ପାନୀୟ ଜଳ ଓ ବିଦ୍ୟୁତ ସେବା ଆଦି ଜାରି ରହିବ। ପ୍ରଶାସନିକ କାର୍ୟ୍ୟାଳୟ ଗୁଡିକ ମଧ୍ୟ ଖୋଲା ରହିବ।

Leave a comment