ପୁଣି ସୁସ୍ଥ ହେଲେ ୪ କରୋନା ଆକ୍ରାନ୍ତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):କରୋନା ଭାଇରସ ସଂକ୍ରମଣ ନେଇ ରାଜ୍ୟବାସୀଙ୍କୁ ଖୁସୀ ଖବର ମିଳିଛି। ଆଜି ରାଜ୍ୟର ୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଭଦ୍ରକ ଜିଲ୍ଲାରୁ ୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ମଧ୍ୟ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଏଥିସହିତ ରାଜ୍ୟରେ କରୋନା ଆକ୍ରାନ୍ତରୁ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା ୬୦ରେ ପହଞ୍ଚିଛି।