ସାମାଜିକ ଦୂରତା, ହାତ ଧୋଇବା ଏବଂ ମାସ୍କ ପିନ୍ଧିବା ଦ୍ୱାରା କରୋନାର ନିୟନ୍ତ୍ରଣ କରାଯାଇପାରିବ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟ ସରକାରଙ୍କର ସ୍ୱାସ୍ଥ୍ୟ ବିଭାଗର ପରାମର୍ଶଦାତା ତଥା ଭାରତୀୟ ଜନସ୍ୱାସ୍ଥ୍ୟ ପ୍ରତିଷ୍ଠାନର ସଭାପତି ଡଃ କେ. ଶ୍ରୀନାଥ ରେଡ୍ଡୀ ଆଜି “କୋଭିଡରୁ ଶିକ୍ଷା-ଆମେ କ’ଣ ଶିଖିଲେ ଏବଂ କିପରି କୋଭିଡ ଯୁଦ୍ଧ ଜିତିବା” ଏ ବିଷୟ ଉପରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମନ୍ତ୍ରୀ ପରିଷଦର ସଦସ୍ୟଗଣ, ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ, ବରିଷ୍ଠ ଅଧିକାରୀ, ଜିଲ୍ଲାପାଳ ଓ ପୋଲିସ ସୁପରିଟେଣ୍ଡଟ୍ ମାନଙ୍କ ସହିତ ଆଲୋଚନା କରିଥିଲେ ।
ଏହି ଆଲୋଚନା ସମୟରେ ଡଃ ରେଡ୍ଡୀ ମୁଖ୍ୟତଃ କରୋନା ଭାଇରସର ଉତ୍ପତି, ସଂକ୍ରମଣ ସାରା ବିଶ୍ୱର ପରିସ୍ଥିତି ଏବଂ ଭବିଷ୍ୟତ ରଣକୌଶଳ ଉପରେ ଆଲୋକପାତ କରିଥିଲେ । ଯେହେତୁ କରୋନା ଭାଇରସ ରୋଗର ନିୟମନ୍ତ୍ରଣ ପାଇଁ ଏ ପର୍ଯ୍ୟନ୍ତ କୌଣସି ସଳ ପ୍ରତିଷେଧକ ଟୀକା ବା ଔଷଧ ଉଦ୍ଭାବନ ହୋଇନାହିଁ, ତେଣୁ ସାମାଜିକ ଗୋଷ୍ଠୀର ସକ୍ରୀୟ ଅଂଶଗ୍ରହଣ ହିଁ ଶ୍ରେଷ୍ଠ ରକ୍ଷା ବଗଚ ବୋଲି ସେ ମତ ଦେବା ସହିତ ବୟସ୍କ ମାନଙ୍କ ପ୍ରତି ଅଧିକ ଯତ୍ନବାନ ହେବାକୁ ସେ ପରାମର୍ଶ ଦେଇଥିଲେ ।
ବନ୍ୟଜନ୍ତୁ ବିଶେଷକରି ବାଦୁଡି ଠାରୁ ମଣିଷକୁ ସଂକ୍ରମିତ ହୋଇଥିବା ଏହି ଭାଇରସ ନାକ, ଆଖି, ପାଟି ଦ୍ୱାରା ମଣିଷ ଶରୀରରେ ପ୍ରବେଶ କରିଥାଏ । ମଣିଷ ଶରୀରରୁ କାଶ, ଛିଙ୍କ ସମୟରେ ବାହାରୁଥିବା କଣିକା ଦ୍ୱାରା ଏହା ଅନ୍ୟକୁ ସଂକ୍ରମିତ କରିଥାଏ । ତେଣୁ ବାରମ୍ବାର ହାତ ଧୋଇବା, ମୁହଁରେ ମାସ୍କ ବ୍ୟବହାର କରିବା ଓ ସାମାଜିକ ଦୂରତ୍ୱ ଦ୍ୱାରା ହିଁ କୋଭିଡ ଯୁଦ୍ଧରେ ଆମେ ବିଜୟ ହୋଇପାରିବା ବୋଲି ସେ ମତବ୍ୟକ୍ତ କରିଥିଲେ ।
ବିଭିନ୍ନ ସଂକ୍ରମିତ ଦେଶମାନଙ୍କରୁ ମିଳିଥିବା ତଥ୍ୟ ଉପରେ ଆଲୋଚନା କରି ଡଃ ରେଡ୍ଡୀ କହିଲେ ଯେ, କରୋନା ଭାଇରସ କେବଳ ନିମୋନିଆ ସଅଷ୍ଟି କରୁନାହିଁ । ତା’ ସହିତ ଏହା ହୃଦୟ, ମସ୍ତିଷ୍କ ତଥା ଅନ୍ତନଳୀରେ ସଂକ୍ରମଣ କରି କ୍ଷତି ପହଂଚାଇଥାଏ । ବୟସ ନିର୍ବିଶେଷରେ ଏହି କରୋନା ଭାଇରସ ସମସ୍ତଙ୍କୁ ସଂକ୍ରମିତ କରିଥାଏ । କିନ୍ତୁ ଯେହେତୁ ଯୁବଗୋଷ୍ଠୀ ବାହାରେ ଅଧିକ ସମୟ ରୁହନ୍ତି, ତାଙ୍କଠାରେ ସଂକ୍ରମଣ ସଂଖ୍ୟା ଅଧିକ ଥିଲେ ମଧ୍ୟ ବୟସ୍କ ତଥା ରୋଗୀମାନେ ଗୁରୁତର ଭାବରେ ପୀଡିତ ହେବା ଏବଂ ମୃତ୍ୟୁମୁଖଷର ପଡିଥିବା ଅଧିକ ଆଂଶଙ୍କା ରହିଛି ।