ଆଜି ୨୬ କରୋନା ଆକ୍ରାନ୍ତ ଚିହ୍ନଟ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଆଉ ୨୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୫ ଛୁଇଁଛି । ଏହି ଆକ୍ରାନ୍ତଙ୍କ ମଧ୍ୟରେ ୧୯ଜଣ ଗଞ୍ଜାମ, କେନ୍ଦ୍ରାପଡାରେ ୫ ଓ ଭଦ୍ରକର ଦୁଇଜଣ ଅଛନ୍ତି । ଏମାନେ ସମସ୍ତେ କୋଲକାତା ଓ ସୁରତ ଫେରନ୍ତା ବୋଲି କୁହାଯାଉଛି । ଏ ସମସ୍ତ ଆକ୍ରାନ୍ତଙ୍କ ସଂସ୍ପର୍ଶରେ କେଉଁମାନେ ଆସିଛନ୍ତି ତାହାର ତଦନ୍ତ ଆରମ୍ଭ ହୋଇଛି ।
ସୂଚନା ଅନୁଯାୟୀ, ନୂଆ ଆକ୍ରାନ୍ତଙ୍କୁ ମିଶାଇ ଗଞ୍ଜାମରେ ମୋଟ ୪୭, ଭଦ୍ରକରେ ୨୩ ଓ କେନ୍ଦ୍ରାପଡାରେ ଆକ୍ରାନ୍ତଙ୍କ ସଂଖ୍ୟା ୮କୁ ବୃଦ୍ଧି ପାଇଛି ।