କେନ୍ଦ୍ର ସରକାରଙ୍କ ଅନୁମତି ପରେ ରଥ ନିର୍ମାଣ ଆରମ୍ଭ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରଥ ନିର୍ମାଣ ପାଇଁ କେନ୍ଦ୍ର ଗୃହମନ୍ତ୍ରାଳୟ ଅନୁମତି ଦେବାପରେ ଆଜିଠୁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ସକାଳ ୮ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ରଥ ନିର୍ମାଣ କାର୍ଯ୍ୟ ଚାଲିବ ବୋଲି ସୂଚନା ମିଳିଛି । ରଥକାମ ନେଇ ତିନି ରଥର ମୁଖ୍ୟ ବିଶ୍ୱକର୍ମା ମହାରାଣା ଓ ପରିଚାଳନା କମିଟି ସଦସ୍ୟଙ୍କୁ ନେଇ ଅନୁଷ୍ଠିତ ବୈଠକରେ କିପରି ସୁରୁଖୁରୁରେ ରଥ ନିର୍ମାଣ କରାଯିବ ସେନେଇ ଆଲୋଚନା ହୋଇଛି । କେନ୍ଦ୍ର ଗୃହ ମନ୍ତ୍ରଣାଳୟ ରଥ ନିର୍ମାଣ କରିବାକୁ ସର୍ତ୍ତମୂଳକ ଅନୁମତି ଦେଇଛନ୍ତି ।

ରଥ ଖଳାରେ ସାମାଜିକ ଦୂରତ୍ୱ ରକ୍ଷା କରି ରଥ ନିର୍ମାଣ ହୋଇ ପାରିବ ବୋଲି କେନ୍ଦ୍ର ଗୃହ ମନ୍ତ୍ରାଳୟ ଗ୍ରୀନ୍‌ ସିଗନାଲ୍‌ ଦେଇଛନ୍ତି। ଏନେଇ ରାଜ୍ୟ ସରକାରଙ୍କୁ ନିଷ୍ପତ୍ତି ଜଣାଇ ଦେଇଛନ୍ତି କେନ୍ଦ୍ର ସରକାର । ତେବେ ରଥଖଳାରେ କୌଣସି ଧାର୍ମିକ କାର୍ଯ୍ୟକ୍ରମ ନହେବା ସହ ସାମାଜିକ ଦୂରତ୍ୱକୁ କଡ଼ାକଡ଼ି ପାଳନ କରିବାକୁ କହିଛନ୍ତି କେନ୍ଦ୍ର ଗୃହ ମନ୍ତ୍ରାଳୟ । ।

Leave a comment