ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା ପରେ ସ୍ବାମୀର ଆତ୍ମହତ୍ୟା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପାରିବାରିକ କଳହରୁ ଘଟିଛି ଏକ ଅଭାବନିୟ ଘଟଣା। ସାମାନ୍ୟ ବଚସା ପରେ ଉତ୍ତ୍ୟକ୍ତ ହୋଇ ସ୍ତ୍ରୀ କୁ ଟାଙ୍ଗିଆରେ ହାଣି ହତ୍ୟା କରିଛି ସ୍ୱାମୀ। ଆଉ ତା ପରେ ନିଜେ ବେକରେ ଦଉଡି ଲଗାଇ ଆତ୍ମହତ୍ୟା କରିଛି ସ୍ୱାମୀ।
ଏହି ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଥାନା ଅନ୍ତର୍ଗତ ଭାଲୁମୁଣ୍ଡା କଲୋନୀ ପଡ଼ା ଗାଁରେ। ରବିବାର ରାତିରେ କୌଣସି କାରଣରୁ କୁପରଚନ୍ଦ ବଛା ଓ ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏଥିରେ ଉତକ୍ଷିପ୍ତ ହୋଇ କୁପରଚାନ୍ଦ ସ୍ତ୍ରୀଙ୍କୁ ଏକ ଟାଙ୍ଗିଆରେ ଆକ୍ରମଣ କରିଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହାପରେ ସେ ନିଜେ ବେକରେ ଦଉଡି ଲାଗାଇ ଆତ୍ମହତ୍ୟା କରିଛନ୍ତି।
ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।