ରାଜ୍ୟରେ ପୁଣି ୭୯ କରୋନା ପଜିଟିଭ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୭କୁ ବୃଦ୍ଧି

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଆଜି ପୁଣି ୭୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୭କୁ ବୃଦ୍ଧି ପାଇଛି।

ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୭୧ ସଙ୍ଗରୋଧ କେନ୍ଦ୍ରର ଓ ୮ଜଣ ସ୍ଥାନୀୟ ବ୍ୟକ୍ତି ଥିବା ଜଣାଯାଇଛି। ଆଜି କଟକରୁ ସର୍ବାଧିକ ୧୬ ଜଣ ଚିହ୍ନଟ ହୋଇଥିବାବେଳେ ବଲାଙ୍ଗୀର ରୁ ୧୪ ଜଣ ଚିହ୍ନଟ ହୋଇଛି।

ଆଜି ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ୫ଜଣ, ଯାଜପୁରରୁ ୨, ବାଲେଶ୍ୱରରୁ ୪, ଖୋର୍ଦ୍ଧାରୁ ୪, ପୁରୀରୁ ୪, କଟକରୁ ୧୬, କେନ୍ଦ୍ରାପଡାରୁ ୬, ନୟାଗଡରୁ ୩, ବଲାଙ୍ଗୀରରୁ ୧୪, ଅନୁଗୁଳରୁ ଜଣେ, କେନ୍ଦୁଝରରୁ ୮, ଢ଼େଙ୍କାନାଳରୁ ୩, କନ୍ଧମାଳରୁ ୭, ଝାରସୁଗୁଡା ଓ ସୋନପୁରରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି ।

Leave a comment