ଆଜି ୯୦ଜଣ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୪୭୮କୁ ବୃଦ୍ଧି

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଆଜି ପୁଣି ୯୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୭୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୧୧ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ୭୯ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି।
ଆଜି ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୨୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ୨୨ଜଣ ଚିହ୍ନଟ ହୋଇଥିବା ବେଳେ, ନୟାଗଡ଼ ଜିଲ୍ଲାରେ ୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ଢେଙ୍କାନାଳ ଜିଲ୍ଲାରୁ ୧୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ପୁରୀ ଜିଲ୍ଲାରେ ୨ ଓ ଭଦ୍ରକରେ ୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଓ କଟକ ଜିଲ୍ଲାରେ ୫ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳ, ବାଲେଶ୍ବର, ବରଗଡ଼, କଳାହାଣ୍ଡି ଓ ସମ୍ବଲପୁର, ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।