ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି, ସୁପ୍ରିମକୋର୍ଟଙ୍କ ରାୟ ମାନିଲେ ସରକାର, ବନ୍ଦ ହେଲା ରଥ ଯାତ୍ରା !

0

ଓଡ଼ିଶାଫାଷ୍ଟ(ବ୍ୟୁରୋ): ସୁପ୍ରିମକୋର୍ଟଙ୍କ ରାୟ ମାନିବେ ରାଜ୍ୟ ସରକାର। ରଥଯାତ୍ରା ସଂକ୍ରାନ୍ତରେ ସୁପ୍ରିମକୋର୍ଟ ଯେଉଁ ରାୟ ପ୍ରଦାନ କରିଛନ୍ତି ତାହାକୁ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ନିଷ୍ପତ୍ତି ହୋଇଛି। ଭିଡ଼ିଓ କନ୍ଫରେନସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଥିଲା।
ଏଥିରେ କ୍ୟାବିନେଟ୍ ମନ୍ତ୍ରୀମାନଙ୍କ ସହ ମୁଖ୍ୟ ସଚିବ ଅସିତ୍ ତ୍ରିପାଠୀ, ଉନ୍ନୟନ କମିଶନର ସୁରେଶ ମହାପାତ୍ର, ଆଡ଼ଭୋକେଟ୍ ଜେନେରାଲ ଅଶୋକ ପରିଜା ପ୍ରମୁଖ ଉପସ୍ଥିତ ଥିଲେ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ଚଳିତବର୍ଷ ରଥଯାତ୍ରା ବନ୍ଦ କରିବାକୁ ନିର୍ଦେଶ ଦେଇଛନ୍ତି। ଏ ସମ୍ପର୍କରେ ବୈଠକରେ ଆଲୋଚନା ହେବା ପରେ ସୁପ୍ରିମକୋର୍ଟଙ୍କ ନିର୍ଦେଶ ପାଳନ କରବାକୁ ସରକାର ନିଷ୍ପତ୍ତି ନେଇଛନ୍ତି ।

Leave a comment