ଆଜି ରାଜ୍ୟରେ ସୁସ୍ଥ ହେଲେ ୨୨୯ କରୋନା ଆକ୍ରାନ୍ତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ରାଜ୍ୟର୧୫ଟି ଜିଲ୍ଲାରୁ ୨୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଗଂଜାମ ଜିଲ୍ଲାରୁ ଆଜି ସର୍ବାଧିକ ୯୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସମ୍ଭବତଃ ଏହା ଗୋଟିଏ ଜିଲ୍ଲାରୁ ଦିନକରେ ସର୍ବାଧିକ ସୁସ୍ଥ ହୋଇଥିବା ଲୋକଙ୍କର ସଂଖ୍ୟା।
Another 229 #COVID19 patients have recovered and are being discharged on 4.7.2020.
91 from Ganjam
29 from Khurdha
26 from Gajapati
15 from Jharsuguda
12 from Bolangir
11 from Jagatsinghpur
11 from Mayurbhanj
8 from Jajpur
6 from Kendrapara
5 from Keonjhar
(1/2)— H & FW Dept Odisha (@HFWOdisha) July 4, 2020
ଖୋର୍ଦ୍ଧା ଜିଲ୍ଲାରୁ ଆଜି ୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏତଦ୍ ବ୍ୟତିତ ଗଜପତି ଜିଲ୍ଲାରୁ ୨୬ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୨ ଜଣ, ଜଗତ୍ସିଂହପୁର ଜିଲ୍ଲାରୁ ୧୧ ଜଣ, ମୟୂରଭଂଜ ଜିଲ୍ଲାରୁ ୧୧ ଜଣ, ଯାଜପୁର ଜିଲ୍ଲାରୁ ୮ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ ଜଣ, କେନ୍ଦୁଝର ଜିଲ୍ଲାରୁ ୫ ଜଣ, କଟକ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪ ଜଣ ଲେଖାଏଁ, ଭଦ୍ରକ ଓ ନୟାଗଡ଼ ଜିଲ୍ଲାରୁ ୩-୩ ଜଣ ଓ ବରଗଡ଼ ଜିଲ୍ଲାରୁ ଜଣେ କରୋନା ସଂକ୍ରମିତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ଏପର୍ଯ୍ୟନ୍ତ ୨ ଲକ୍ଷ ୮୭ ହଜାର ୯୦ ଜଣଙ୍କର ନମୁନା ପରୀକ୍ଷା କରାଯାଇଛି। ଆଜି ପର୍ଯ୍ୟନ୍ତ ମୋଟ ୮୬୦୧ ଜଣ ଲୋକ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩୪ ଜଣଙ୍କର ମୃତ୍ୟୁ ହୋଇଛି। ଅପରପକ୍ଷେ ୫୯୩୪ଜଣ ସୁସ୍ଥ ହୋଇଛନ୍ତି। ରାଜ୍ୟର ବିଭିନ୍ନ କୋଭିଡ-୧୯ ହସ୍ପିଟାଲରେ ୨ହଜାର ୬୨୪ ଜଣ ବ୍ୟକ୍ତି ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି। ମହାମାରୀ କରୋନା ଭାଇରସ ରାଜ୍ୟରେ ନିଜର କାୟା ବିସ୍ତାର କରି ଚାଲିଛି। ରାଜ୍ୟରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବାର ୪ ମାସ ପୂରି ନଥିବା ବେଳେ ଏଯାଏଁ ଆକ୍ରାନ୍ତଙ୍କ ସଂଖ୍ୟା ୮ ହଜାର ଅତିକ୍ରମ କରିସାରିଛି। ରାଜ୍ୟରେ ଗତ ମାର୍ଚ୍ଚ ମାସରେ ପ୍ରଥମ କରୋନା ଆକ୍ରାନ୍ତ ବ୍ୟକ୍ତି ଚିହ୍ନଟ ହୋଇଥିଲେ।