ନାବାଳିକାଙ୍କୁ ଗଣଦୁଷ୍କର୍ମ ଓ ବେଆଇନ ଗର୍ଭପାତ ମାମଲାରେ ଡାକ୍ତର ଗିରଫ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବୀରମିତ୍ରପୁର ନାବାଳିକାଙ୍କୁ ଗଣଦୁଷ୍କର୍ମ ଓ ବେଆଇନ ଗର୍ଭପାତ ମାମଲାରେ ଗର୍ଭପାତ କରିଥିବା ଡାକ୍ତର ଦେବାଶିଷ ଘୋଷଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଛି। ଆଜି ସକାଳେ ବୀରମିତ୍ରପୁର ଥାନାରେ ଡାକ୍ତର ଦେବାଶିଷ ଘୋଷଙ୍କୁ କ୍ରାଇମବ୍ରାଞ୍ଚ ପଚରାଉଚରା କରିଥିଲା। ଏହାପରେ ବୀରମିତ୍ରପୁର ସିଏଚସିର ଡାକ୍ତର ଦେବାଶିଷ ଘୋଷଙ୍କୁ ଗିରଫ କରିଥବା ଜଣାଯାଇଛି। ତାଙ୍କର ସ୍ବାସ୍ଥ୍ୟ ପରୀକ୍ଷା ଲାଗି ଡାକ୍ତର ଦେବାଶିଷ ଘୋଷଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାକୁ ଅଣାଯାଉଛି।
ସୂଚନାଯୋଗ୍ୟ, ପୂର୍ବରୁ ଏହି ମାମଲାରେ ବୀରମିତ୍ରପୁର ଥାନାର ପୂର୍ବତନ ଆଇଆଇସି ଆନନ୍ଦ ଚନ୍ଦ୍ର ମାଝୀଙ୍କୁ ଗିରଫ କରାଯାଇ ୧୪ଦିନ ପାଇଁ ବିଚାରବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି । ଗତକାଲି ସ୍ୱତନ୍ତ୍ର ପୋକ୍ସୋ କୋର୍ଟରେ ହାଜର କରାଯିବା ପରେ ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ମାଝୀଙ୍କ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ୍ ପଠାଇ ଦିଆଯାଇଛି।