ବାର୍ଷିକ ରିପୋର୍ଟ କାର୍ଡ ପ୍ରଦାନ କଲେ ଅପରାଜିତା ଷଡ଼ଙ୍ଗୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଆଜି ନୂଆଦିଲ୍ଲୀଠାରେ ଭାରତୀୟ ଜନତା ପାର୍ଟି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡାଙ୍କୁ ସାକ୍ଷାତକରି ବାର୍ଷିକ ରିପୋର୍ଟ କାର୍ଡ ପ୍ରଦାନ କରିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ଏହି ଅବସରରେ ଭୁବନେଶ୍ୱର ଲୋକସଭା କ୍ଷେତ୍ର ଏବଂ ଓଡିଶା ରାଜ୍ୟ ରାଜନୀତିର ବିଭିନ୍ନ ବିଷୟ ସମ୍ୱନ୍ଧରେ ସାଧରଣ ଆଲୋଚନା ହୋଇଥିଲା। ଆଗାମୀ ଦିନରେ ପ୍ରତେକ ବର୍ଷ ବାର୍ଷିକ ରିପୋର୍ଟ କାର୍ଡ ପ୍ରସ୍ତୁତ କରାଯିବ ବୋଲି ସାଂସଦ କହିଛନ୍ତି। ଏହାସହ ଜଗତ ପ୍ରକାଶ ନଡ୍ଡାଙ୍କ ଆଶୀର୍ବାଦ ଏବଂ ମାର୍ଗଦର୍ଶନ କାମନା କରିଥିଲେ ।