ଆଜି ୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୫୧୪ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଆଜି ୧୧ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୧୪କୁ ବୃଦ୍ଧିପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୧ ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଦୁଇ ଜଣ, ବାଲେଶ୍ବର, ଭଦ୍ରକ, ରାୟଗଡା, ପୁରୀ, ଜଗତସିଂହପୁର, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୯୭୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮୪୪୩ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୮୦୭୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।