ଆଜି ରାଜ୍ୟର ସରକାରୀ କାର୍ଯ୍ୟାଳୟ ବନ୍ଦ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଦେଶରେ ଚାଷୀ ଆନ୍ଦୋଳନ ଜାରି ରହିଥିବାବେଳେ ଆଜି ଚାଷୀଙ୍କ ଦ୍ୱାରା ଭାରତ ବନ୍ଦ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ବିଭିନ୍ନ ସ୍ଥାନରେ ଗମନାଗମନ ଓ ପରିବହନ ବ୍ୟବସ୍ଥା ବ୍ୟାପକ ପ୍ରଭାବିତ ହେବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଆଜି ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଗୁଡ଼ିକ ବନ୍ଦ ରଖିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ହେଲେ ଏହି ବନ୍ଦ ସମୟରେ ଅତ୍ୟାବଶ୍ୟକ ଜରୁରୀ ସରକାରୀ ସେବା ବଜାୟ ରହିବ।