କରୋନାରେ ପ୍ରବଚକ ଚାରଣ ରାମଦାସଙ୍କ ପରଲୋକ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): କରୋନାରେ ବିଶିଷ୍ଟ ପ୍ରବଚକ ଚାରଣ ରାମଦାସଙ୍କ ପରଲୋକ ହୋଇଛି। ପୁରୀ କୋଭିଡ୍ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସୋମବାର ତାଙ୍କ ଦେହାନ୍ତ ଘଟିଛି। ଚାରଣ ରାମଦାସଙ୍କ ରାଜ୍ୟର ବିଭିନ୍ନ ଟେଲିଭିଜନ ଚ୍ୟାନେଲରେ ତାଙ୍କର କଥା ଶୁଣିବାକୁ ଲୋକମାନେ ବେଶ ଆଗ୍ରହ ପ୍ରକାଶ କରିଥାନ୍ତି । କିଛି ଦିନ ପୂର୍ବେ ସେ କରୋନା ସଂକ୍ରମିତ ହୋଇଥିଲେ। ଫୁସଫୁସ୍ ସଂକ୍ରମଣ ହେବାରୁ ସ୍ଵାସ୍ଥ୍ୟବସ୍ଥା ଗୁରୁତର ହୋଇ ପଡିଥିଲା।

Leave a comment