ରାଜ୍ୟରେ କରୋନା ନେଲା ସର୍ବାଧିକ ୪୫ଜଣଙ୍କ ଜୀବନ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୮୯୬ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬ ଜଣ, ସୁନ୍ଦରଗଡରୁ ୪, ଗଞ୍ଜାମ, ପୁରୀରୁ ୩ ଜଣ ଲେଖାଏଁ ରହିଥିବା ବେଳେ ବରଗଡ, ଗଜପତି, ଜଗତସିଂହପୁର, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜ, ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ, ବାଲେଶ୍ଵର, ଭଦ୍ରକ, ଦେବଗଡ, ଢେଙ୍କାନାଳ, କଳାହାଣ୍ଡି, କେନ୍ଦ୍ରାପଡା, କେନ୍ଦୁଝର ଓ ନୟାଗଡରୁ ଜଣେ ଲେଖାଏଁ ରହିଛନ୍ତି ।

Leave a comment