କରୋନାରେ ପଦ୍ମଶ୍ରୀ ପ୍ରଫେସର ରାଧାମୋହନଙ୍କ ପରଲୋକ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ପଦ୍ମଶ୍ରୀ ପ୍ରଫେସର ରାଧାମୋହନଙ୍କ ଆଜି ଦେହାନ୍ତ ହୋଇଯାଇଛି। କରୋନାରେ ଆକ୍ରାନ୍ତ ହୋଇ ପ୍ରଫେସର ରାଧାମୋହନ ଚିକିତ୍ସଧିନ ଥିଲେ। ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। ତାଙ୍କର ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ଗଣେଶୀ ଲାଲ, ରାଜନେତା ଓ ଶିକ୍ଷାବିତ୍ ଶୋକବ୍ୟକ୍ତ କରିଛନ୍ତି।କୃଷି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ରାଧାମୋହନ ଓ ତାଙ୍କ ଝିଅ ସାବରମତୀଙ୍କୁ ମିଳିତ ଭାବେ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା ।

ସୂଚନାଯୋଗ୍ୟ, ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ନୟାଗଡ଼ର ରଙ୍ଗଣିପାଟଣାରେ ଜନ୍ମଲାଭ କରିଥିଲେ। ସେ ଜୈବ କୃଷି ବିଶେଷଜ୍ଞ ଓ ଅର୍ଥନୀତି ପ୍ରଫେସର ଭାବେ ବେଶ୍ ଜଣାଶୁଣା ଥିଲେ। ସମାଜସେବା ପାଇଁ ରାଜ୍ୟ ସରକାର ତାଙ୍କୁ ‘ଉତ୍କଳ ସେବା ସମ୍ମାନ’ରେ ସମ୍ମାନିତ କରିଥିଲେ। ଏହାଛଡ଼ା ପରିବେଶ ସୁରକ୍ଷା ପାଇଁ ୟୁଏନଏପିର ‘ଗ୍ଲୋବାଲ ରୋଲ୍ ଫ୍ର ଅନର’ ପୁରସ୍କାର ପାଇଥିଲେ। ସେ ଶିକ୍ଷା, ଯୋଜନା ଓ ଜଳଛାୟା ମିଶନର ପରାମର୍ଶଦାତା କମିଟିର ସଦସ୍ୟ ରହିବା ଓଡ଼ିଶାର ସୂଚନା କମିଶନର ଭାବେ ଦାୟିତ୍ୱ ତୁଲାଇଥିଲେ।

Leave a comment