ପ୍ରବଳ ବର୍ଷା : ୫ ଜିଲ୍ଲାକୁ ରେଡ ଓ୍ୱାର୍ଣ୍ଣିଂ ଜାରି କଲା ପାଣିପାଗ କେନ୍ଦ୍ର

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଉତ୍ତର- ପଶ୍ଚିମ ବଙ୍ଗୋସାଗରରେ ସକ୍ରିୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ୪ଦିନ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା । ଆଜି ପାଇଁ ୬ଟି ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଲଗାଣ ବର୍ଷା ପାଇଁ ୧୧ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିଭଳି ୧୭ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଆଜି ସମ୍ବଲପୁର, ସୋନପୁର, ବଲାଙ୍ଗିର, ବୌଦ୍ଧ, ବରଗଡ଼, ଅନୁଗୁଳରେ ପ୍ରବଳ ବର୍ଷା ହେବା ନେଇ ସୂଚନା ରହିଛି । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ।

Leave a comment