ରଥକୁ ବିଜେ ହେଲା ଆଜ୍ଞାମାଳ
ଓଡ଼ିଶାଫାଷ୍ଟ (ବ୍ୟୁରୋ): ଆସନ୍ତାକାଲି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା । ଶ୍ରୀମନ୍ଦିରରୁ ତିନି ରଥକୁ ବିଜେ ହେଲା ଆଜ୍ଞାମାଳ । ପରମ୍ପରା ଅନୁସାରେ ସକାଳ ଧୂପ ନୀତି ପରେ ମହାପ୍ରଭୁଙ୍କ ନିକଟରୁ ଆଜ୍ଞା ମାଳ ରଥ ଖଳାକୁ ବିଜେ କରାଯିବ । ତିନି ବାଡ଼ରେ ପୂଜାପଣ୍ଡା ସେବକମାନେ ଏହି ଆଜ୍ଞା ମାଳ ବିଜେ କରାଇବେ । ଆଜ୍ଞା ମାଳ ବିଜେ ହୋଇ ବିଜେ କାହାଳୀ ବାଜିବା ପରେ ବିଧି ପରମ୍ପରା ଅନୁସାରେ ପ୍ରଥମେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟଣା ଯାଇ ସିଂହଦ୍ୱାରକୁ ବିଜେ କରାଯିବ । ପରେ ଦେବୀ ସୁଭଦ୍ରାଙ୍କ ଦେବ ଦଳନ ରଥ ଓ ଶେଷରେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଟଣା ଯାଇ ସିଂହଦ୍ୱାର ସମ୍ମୁଖକୁ ନିଆଯିବ ।