ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
ଓଡ଼ିଶାଫାଷ୍ଟ (ବ୍ୟୁରୋ): ରାତିପାହିଲେ ଘୋଷଯାତ୍ରା । ପରମ୍ପରା ଅନୁସାରେ ସକାଳ ଧୂପ ନୀତି ପରେ ଆଜି ମହାପ୍ରଭୁଙ୍କ ନିକଟରୁ ଆଜ୍ଞା ମାଳ ରଥ ଖଳାକୁ ବିଜେ ହୋଇଛି । ଯାହାପରେ ତିନି ରଥକୁ ସିଂହଦ୍ୱାର ସମ୍ମୁଖରେ ରଖାଯାଇଛି । ରଥରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଜଗତଗୁରୁ ନିଶ୍ଚଳାନନ୍ଦ ସରସ୍ୱତୀ ଶଙ୍କରାଚାର୍ଯ୍ୟଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ନିମନ୍ତ୍ରଣ କରିଛନ୍ତି । ଏହି ଅବସରରେ ରଥଯାତ୍ରାର ସମସ୍ତ ପରମ୍ପରା ନେଇ ଆଲୋଚନା ହୋଇଛି । ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀ ୭ଜଣଙ୍କୁ ନେଇ ମହାପ୍ରଭୁଙ୍କୁ ରଥରେ ଦର୍ଶନ କରିବେ । ଘରେ ରହି ଟିଭିରେ ଘୋଷଯାତ୍ରା ଦର୍ଶନ ପାଇଁ ସମସ୍ତଙ୍କୁ ପରାମର୍ଶ ଦେଇଛନ୍ତି ଶଙ୍କରାଚାର୍ଯ୍ୟ । ସେପଟେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି ନିୟମ ଅନୁସାରେ ଶଙ୍କରାଚାର୍ଯଙ୍କୁ ନିମନ୍ତ୍ରଣ କରାଯାଇଛି ।