କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ପକ୍ଷରୁ ଆଜିଠୁ ୨ ଦିନ ଭାରତ ବନ୍ଦ
ରାଜପଥ ଅବରୋଧ ସହ ରେଳରୋକ କଲେ ଆନ୍ଦୋଳନକାରୀ

ଭୁବନେଶ୍ୱର: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ସଂଗଠନ ପକ୍ଷରୁ ବ୍ୟାଙ୍କ ଘରୋଇକରଣ, ଇପିଏଫ୍ ସୁଧହାର ହ୍ରାସ, ଅହେତୁକ ଦରଦାମ୍ ବୃଦ୍ଧି ଆଦି ନିଷ୍ପତ୍ତିକୁ ବିରୋଧ କରି ଆଜିଠୁ ୨ ଦିନିଆ ବନ୍ଦ ଡାକରା ଦେଇଛି। ୧୨ ଦଫା ଦାବି ନେଇ ଆଜି ଓ ଆସନ୍ତାକାଲି ଦୁଇ ଦିନ ପାଇଁ ଏହି ବନ୍ଦ ଡାକରା ଦିଅଯାଇଛି। ଆଜି ସକାଳୁ ସକାଳୁ ଭାରତ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି । ବିଭିନ୍ନ ସ୍ଥାନରେ ଜାତୀୟ ରାଜପଥ ଅବରୋଧ ସହ ରେଳରୋକ କରିଛନ୍ତି ଆନ୍ଦୋଳନକାରୀ ।
ସିଆଇଟିୟୁ କର୍ମକର୍ତ୍ତା ଏବଂ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ରାସ୍ତାରୋକ କରାଯାଇଛି। ଭୁବନେଶ୍ୱର ରେଳ ଷ୍ଟେସନରେ ନାରାବାଜୀ ସହ ରେଳରୋକ କରିଛନ୍ତି ଆନ୍ଦୋଳନକାରୀ। ୪ଟି ଶ୍ରମ କୋଡ୍ ପ୍ରତ୍ୟାହାର, ରାଷ୍ଟ୍ରାୟତ୍ତ ସଂସ୍ଥାର ବିକ୍ରି ବନ୍ଦ, ଅହେତୁକ ଦରଦାମ୍ ବୃଦ୍ଧି, ଇପିଏଫ ଜମା ଉପରେ ସୁଧହାର ହ୍ରାସ ଓ କେନ୍ଦ୍ରର ବିଭିନ୍ନ ନୀତିକୁ ବିରୋଧ କରି ଏହି ବନ୍ଦ ଡାକରା ଦିଆଯାଇଛି ।