ଭଦ୍ରକ ନଳାଙ୍ଗରୁ କ୍ରାଇମବ୍ରାଞ୍ଚ ଦ୍ୱାରା ଧରାହେଲେ ଶର୍ମିଷ୍ଠା

ଭୁବନେଶ୍ୱର : ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତଙ୍କୁ ଭଦ୍ରକ ଜିଲ୍ଲା ନଳାଙ୍ଗରୁ ଗିରଫ କଲା କ୍ରାଇମବ୍ରାଞ୍ଚ । କେବଳ ଶର୍ମିଷ୍ଠା ନୁହେଁ ତାଙ୍କ ସହଯୋଗୀ ଝୁନା ଭୋଇଙ୍କୁ ମଧ୍ୟ ଗିରଫ କରିଛି କ୍ରାଇମବ୍ରାଞ୍ଚ । ଉଭୟଙ୍କୁ ଆଜି ଚାନ୍ଦବାଲି JMFC କୋର୍ଟରେ ହାଜର କରାଯିବ । ଉଭୟଙ୍କୁ ୧୦ ଦିନ ରିମାଣ୍ଡରେ ନେବାକୁ ଆବେଦନ ହେବ । ଅନ୍ୟ ୫ ଅଭିଯୁକ୍ତଙ୍କ ସହ ୧୦ ଦିନ ରିମାଣ୍ଡ ପାଇଁ ଆବେଦନ ହେବ ।
ଖବର ଅନୁଯାୟୀ, ମାନସ ସ୍ୱାଇଁ ହତ୍ୟା ଘଟଣାରେ ତଦନ୍ତ ଭାର ଏବେ କ୍ରାଇମ୍ବ୍ରାଞ୍ଚ ପାଖରେ ।
ହତ୍ୟା ମାମଲାର ଟିକିନିଖି ଯାଞ୍ଚ କରୁଛି କ୍ରାଇମ୍ବ୍ରାଞ୍ଚ । ଏହିକ୍ରମରେ ରବିବାର ଦିନ୍ କ୍ରାଇମ୍ବ୍ରାଞ୍ଚ ଏକ ଟିମ୍ ଭୁବନେଶ୍ୱର ସ୍ଥିତ ଦୟାଲ ଆଶ୍ରମକୁ ଯାଇ ତଦନ୍ତ ଆରମ୍ଭ କରିଥିଲା । କ୍ୟାମେରାମ୍ୟାନ୍ ମାନସ ସ୍ବାଇଁଙ୍କୁ କେମିତି ହତ୍ୟା କରାଯାଇଥିଲା । ମୃତଦେହକୁ କିଭଳି କାର ପର୍ଯ୍ୟନ୍ତ ନେଇଥିଲେ ହତ୍ୟାକାରୀ । ଯେଉଁ ରୁମରେ ମାନସଙ୍କୁ ମାଡ ମରାଯାଇଥିଲା ଏବଂ ହତ୍ୟା କରାଯାଇଥିଲା ସେଠାରେ ଛାନଭିନ୍ କରିଛି ତଦନ୍ତକାରୀ ଟିମ୍ ।