ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ସମ୍ମିଳନୀରେ ଯୋଗଦେବେ

ମୁଖ୍ୟମନ୍ତ୍ରୀଙ୍କ ୫ ଦିନିଆ ଦିଲ୍ଲୀ ଗସ୍ତ

0

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଜିଠୁ ୫ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତାକାଲି ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କ ସମ୍ମିଳନୀରେ ଯୋଗ ଦେବେ ନବୀନ । ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମାଦି ଓ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଏନଭି ରମଣା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

ମେ’ ୧ରେ କୌଣସି ସରକାରୀ କାର୍ଯ୍ୟକ୍ରମ ନଥିବାବେଳେ ୨ ତାରିଖରେ କେନ୍ଦ୍ର ସରକାରଙ୍କ ଅନୁମତି ଅପେକ୍ଷାରେ ଦୀର୍ଘ ଦିନ ହେଲା ପଡ଼ି ରହିଥିବା ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିବେ । ୩ ତାରିଖ ଅପରାହ୍ନ ୧ଟା ୩୦ରେ ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ଅଛି ।

Leave a comment