କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍

0

ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁଙ୍କୁ କ୍ରସ ଭୋଟିଂ ଦେଇଥିବା ନେଇ କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍ । ଦଳୀୟ ଶୃଙ୍ଖଳା ଭଙ୍ଗ ଅଭିଯୋଗରେ ପିସିସି ସଭାପତି ଶରତ ପଟ୍ଟନାୟକ ଏହି ନୋଟିସ୍ ଜାରି କରିଛନ୍ତି । ୨ ସପ୍ତାହ ଭିତରେ ଜବାବ ଦେବାକୁ କଟକ ବାରବାଟୀ ବିଧାୟକ ମୋକିମଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ କଂଗ୍ରେସ ମିଡିଆ ସେଲ ମୁଖ୍ୟ ସତ୍ୟପ୍ରକାଶ ନାୟକ ସୂଚନା ଦେଇଛନ୍ତି ।

ପ୍ରକାଶ ଯେ, ଦଳର ନିଷ୍ପତ୍ତି ବିରୋଧରେ ଯାଇ କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଇଛନ୍ତି । ଏହା ସହ କଂଗ୍ରେସ ବିରୋଧରେ ଅପପ୍ରଚାର କରୁଥିବା ନେଇ ମୋକିମଙ୍କ ଉପରେ ଅଭିଯୋଗ ହୋଇଛି ।

Leave a comment