ବିଧାୟକ ପଦରୁ ଇସ୍ତଫା ଦେଲେ ନବ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଜାନୁୟାରୀ ୧୬ରେ ନବ ଦାସ କଂଗ୍ରେସରୁ ଇସ୍ତଫା ଦେଇଥିବା ବେଳେ ଆଜି ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି । ନବ ଆଜି ତାଙ୍କ ଇସ୍ତଫାପତ୍ର ବାଚସ୍ପତି ପ୍ରଦୀପ ଅମାତଙ୍କୁ ପ୍ରଦାନ କରିଛନ୍ତି । ନବ ଝାରସୁଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରୁ କଂଗ୍ରେସ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।  

ନବ ଦାସ କଂଗ୍ରେସରୁ ଇସ୍ତଫା ଦେବା ପରେ ବିଜେଡିରେ ଯୋଗ ଦେଇଛନ୍ତି । ଗତ ୨୪ ତାରିଖରେ ଝାରସୁଗୁଡ଼ାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ବିଜେଡିରେ ଯୋଗ ଦେଇଥିଲେ ।

Leave a comment