ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କୁ ଦର୍ଶନ କଲେ ମହାମହିମ ରାଷ୍ଟ୍ରପତି
ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ଗସ୍ତର ଦ୍ବିତୀୟ ଦିନରେ ରାଷ୍ଟ୍ରପତି ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ।

ମହାମହିମ ସକାଳେ ଲିଙ୍ଗରାଜ ମନ୍ଦିର ପରିଦର୍ଶନ କରି ମହାପ୍ରଭୁଙ୍କ ଆର୍ଶୀବାଦ ନେଇଛନ୍ତି । ତାଙ୍କର ସହିତ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଉପସ୍ଥିତ ଅଛନ୍ତି । ମନ୍ଦିରରେ ରାଷ୍ଟ୍ରପତି ପ୍ରଭୁ ଲିଙ୍ଗରାଜଙ୍କୁ ଜଳାଭିଷକ କରିବା ସହ ପ୍ରାୟ ୩୦ ମିନିଟ୍ ପୂଜାର୍ଚ୍ଚନା କରିବାର କାର୍ଯ୍ୟକ୍ରମ ରହିଛି । ସେଥିପାଇଁ ମନ୍ଦିରରେ ଅଧଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ । ମହିମହିମ ଗସ୍ତ ପାଇଁ ଏଠାରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।
ଲିଙ୍ଗରାଜ ମନ୍ଦିର ପରିଦର୍ଶନ ପରେ ରାଷ୍ଟ୍ରପତି ମୁର୍ମୁ ହେଲିକପ୍ଟର ଯୋଗେ କଟକ ଯିବେ । କଟକ ବିଦ୍ୟାଧରପୁରରେ ଥିବା ଜାତୀୟ ଧାନ ଗବେଷଣା ଅନୁଷ୍ଠାନରେ ଆୟୋଜିତ ଦ୍ବିତୀୟ ଜାତୀୟ ଧାନ କଂଗ୍ରେସର ସମ୍ମିଳନୀକୁ ଉଦଘାଟନ କରିବେ । ଏହି ସମ୍ମିଳନୀରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର, ରାଜ୍ୟ କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରମୁଖ ଅତିଥି ଭାବେ ଯୋଗ ଦେବେ । ଏଠାରେ କାର୍ଯ୍ୟକ୍ରମ ସାରି ରାଷ୍ଟ୍ରପତି ଭୁବନେଶ୍ବର ବିମାନ ବନ୍ଦର ଫେରି ପୁଣିଥରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ।