ବରିଷ୍ଠ ନାଗରିକଙ୍କ ତୀର୍ଥ ଯାତ୍ରା କାର୍ଯ୍ୟକ୍ରମ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ବ୍ରହ୍ମପୁରରୁ ବରିଷ୍ଠ ନାଗରିକମାନେ ଭେଲକାନୀ ଓ ତାଞ୍ଜୋର ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ସଚିବାଳୟଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶୁଭାରମ୍ଭ କରିଥିଲେ । ଏଥିସହ ମୁଖ୍ୟମନ୍ତ୍ରୀ ବରିଷ୍ଠ ନାଗରିକଙ୍କୁ ଶୁଭକାମନା ଜଣାଇଥିଲେ ।
ସଚିବାଳୟ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପର୍ଯ୍ୟଟନ ମନ୍ତ୍ରୀ ଅଶୋକ ପଣ୍ଡାଙ୍କ ସମେତ ପର୍ଯ୍ୟଟନ ସଚିବ ଓ ପର୍ଯ୍ୟଟନ ନିର୍ଦ୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ । ତୀର୍ଥ ଯାତ୍ରାରେ ଯାଉଥିବା ଯାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇବା ସହ ରାଜ୍ୟ ସରକାରଙ୍କ ଏହି କାର୍ଯ୍ୟକ୍ରମକୁ ଉଚ୍ଚ ପ୍ରଶଂସା କରିଥିଲେ ।