୧୧ରୁ ରାଜ୍ୟରେ ବଢିବ ତାତି

0

ରାଜ୍ୟରେ ଟ୍ରପଲାଇନ୍ ପ୍ରଭାବରେ ଜାରି ରହିଛି ବର୍ଷା । ବଙ୍ଗୋପସାଗର ଓ ଆରବ ସାଗରରୁ ପ୍ରବେଶ କରୁଥିବା ଜଳୀୟବାଷ୍ପ କାଳବୈଶାଖୀ ପାଇଁ ସହାୟକ ହେଉଛି । ଫଳରେ ସାରା ରାଜ୍ୟରେ ଦିନରେ ତାତି ସହିତ ଅପରାହ୍ନରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ପବନ ହେଉଛି । ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ଜାରି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଆସନ୍ତା ୨୪ଘଣ୍ଟାରେ କାଳବୈଶାଖୀ ପ୍ରଭାବରେ ବର୍ଷା ସହ ପବନ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ବିଶେଷକରି କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଦେବଗଡ, ସୁନ୍ଦରଗଡ, ଝାରସୁଗୁଡା, ଅନୁଗୁଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ପବନର ବେଗ ଘଣ୍ଟା ପ୍ରତି ୩୦କିମିରୁ ୪୦କିମି ବେଗର ବହିବାର ସମ୍ଭାବନା ରହିଛି । ତେଣୁ ସମ୍ପୃକ୍ତ ଜିଲ୍ଲା ଲାଗି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୧୦ତାରିଖରେ କେନ୍ଦୁଝର, ମୟୁରଭଞ୍ଜ, ଭଦ୍ରକ, ଯାଜପୁର, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, ଝାରସୁଗୁଡା, ଅନୁଗୁଳ, ଢ଼େଙ୍କାନାଳ, ମାଲକାନଗିରି, କୋରାପୁଟ ଏବଂ ରାୟଗଡାର ଗୋଟଇଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ତେବେ ୧୧ତାରିଖରୁ ରାଜ୍ୟରେ ପାଗ ଶୁଖିଲା ରହିବ ଓ ତାପମାତ୍ରା ବୃଦ୍ଧି ପାଇବ ବୋଲି ପାଣିପାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ରାଜ୍ୟର ବିଭିନ୍ନ ଜିଲ୍ଲାରେ ତାପମାତ୍ରା ୪ଂ ପର୍ଯ୍ୟନ୍ତ ବୃଦ୍ଧି ପାଇବାର ସମ୍ଭାବନା ରହିଛି ।

ପ୍ରବଳ ଖାରା ସାଙ୍ଗକୁ ଗୁଳୁଗୁଳି ମଧ୍ୟ ଅଧିକ ଅନୁଭୁତ ହେବା । ତଥାପି ରାଜ୍ୟର ଉପକୂଳ ସମେତ କିଛି ଜିଲ୍ଲାରେ ଅପରାହ୍ଣ ପରେ ସାମାନ୍ୟ ପାଗ କୋହଲା ହେବ ବୋଲି ପୂର୍ବାନୁମାନ କରାଯାଉଛି । ଶନିବାର ରାଜ୍ୟରେ ବାରିପଦାରେ ସର୍ବାଧିକ ତାପମାତ୍ରା ୩୯.୪ଂ ରହିଥିବା ବେଳେ ୧୫ଟି ସହରର ତାପମାତ୍ରା ୩୭ଂ ଉପରେ ରହିଥିଲା । ସେହିପରି ଭୁବନେଶ୍ୱରରେ ତାପମାତ୍ରା ୩୭.୫ଂ ଏବଂ କଟକରେ ୩୭.୨ଂ ରହିଥିବା ଜଣାପଡିଛି ।

Leave a comment