ଦିଗପହଣ୍ଡି ବସ ଦୁର୍ଘଟଣା;ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଆଜି ଭୋରରୁ ଗଞ୍ଜାମ ଦିଗପହଣ୍ଡି ଠାରେ ହୋଇଥିବା ବସ ଦୁର୍ଘଟଣାରେ କିଛି ଲୋକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।
ଏହି ଦୁର୍ଘଟଣାରେ ଆହତ ମାନଙ୍କୁ ଙ୍କୁ ମାଗଣା ରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।
ଆହତମାନଙ୍କୁ ବ୍ରହ୍ମପୁର MKCG ମେଡିକାଲରେ ଭର୍ତ୍ତିକରାଯାଇଥିବା SRC ସୂଚନା ଦେଇଥିଲେ । ସେମାନଙ୍କ ଚିକିତ୍ସା ପାଇଁ ୩୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯାଇଛି ବୋଲି କୁହାଯାଇଥିଲା । ଗଂଜାମ ଜିଲ୍ଲା ପ୍ରଶାସନର ତତ୍ୱାବଧାନରେ ଆହତଙ୍କ ଚିକିତ୍ସା କରାଯାଉଥିବା ସ୍ୱତନ୍ତ୍ର ରିଲିଫ କମିଶନର ଟ୍ୱିଟ୍ କରି ସୂଚନା ଦେଇଥିଲେ ।
ସୂଚନା ଅନୁସାରେ ବସ୍ ଦୁର୍ଘଟଣା ଯୋଗୁ ୧୨ ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୬ ଜଣ ପୁରୁଷ, ୪ ଜଣ ମହିଳା ଓ ୨ ଜଣ ଶିଶୁ ରହିଛନ୍ତି । ଆହତଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁଡାରି ଠାରୁ ଭୁବନେଶ୍ୱର ଯାଉଥିବା OSRTC ବସ ଓ ବ୍ରହ୍ମପୁରରୁ ଏକ ଭୋଜି ପାଇଁ ଆସି ଖଣ୍ଡଦେଉଳି ଫେରୁଥିବା ଘରୋଇ ବସ ମଧ୍ୟରେ ଏହି ମୁହାଁମୁହିଁ ଧକ୍କା ହୋଇଛି।