ହାତ ଧରିଲେ ଓଲିଉଡ ଅଭିନେତା ମନୋଜ ମିଶ୍ର

0

କଂଗ୍ରେସରେ ମିଶିଲେ ଓଲିଉଡ ଅଭିନେତା ମନୋଜ ମିଶ୍ର । ମନୋଜ ମିଶ୍ର ଆଜି ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି। ପିସିସି ସଭାପତି ଶରତ ପଟ୍ଟନାୟକ, ପ୍ରଭାରୀ ଅଜୟ କୁମାର ତଥା କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ରଙ୍କ ଉପସ୍ଥିତିରେ ସେ ଆଜି କଂଗ୍ରେସରେ ସାମିଲ ହୋଇଛନ୍ତି ।

କଂଗ୍ରେସରେ ମିଶିବା ପରେ ମନୋଜ କହିଛନ୍ତି, ନେତା ହେବାକୁ ନୁହେଁ ବରଂ ଲୋକଙ୍କ ସେବା କରିବାକୁ ମୁଁ ଆସିଛି । ପଶ୍ଚିମ ଓଡ଼ିଶାରେ ଏବେ ଅନେକ ସମସ୍ୟା ରହିଛି । ସରକାର ଏହା ପ୍ରତି ଦୃଷ୍ଟି ଦେଉନାହାନ୍ତି । ତେଣୁ ଲୋକଙ୍କ ସ୍ୱର ଉଠାଇବାକୁ ମୁଁ କଂଗ୍ରେସରେ ସାମିଲ ହୋଇଛି । ଓଡ଼ିଆ ସିନେମା ପାଇଁ ମୁହଁ ଖୋଲିଲି ବୋଲି ଏବେ ଓଡ଼ିଆ ସିନେମାରେ କିଛି ପରିବର୍ତ୍ତନ ଆସିଛି । ନିର୍ବାଚନ ଲଢିବି କି ନାହିଁ ତାହା ପରବର୍ତ୍ତୀ ସମୟରେ ଦଳ ନିଷ୍ପତ୍ତି ନେବ । ପୂର୍ବରୁ ଓଲିଉଡକୁ ନେଇ ଦେଖାଦେଇଥିବା ବିବାଦରେ ମନୋଜ ମିଶ୍ରଙ୍କ ସମର୍ଥନରେ ବାହାରିଥିଲେ ନରସିଂହ ମିଶ୍ର ।

Leave a comment