ASO ସାନି ଚୟନ ପ୍ରକ୍ରିୟା ଉପରେ ସ୍ଥଗିତାଦେଶ,ସେପ୍ଟେମ୍ବର ୨୧ରେ ପରବର୍ତ୍ତୀ ଶୁଣାଣି
ଆଶା ଆଶଙ୍କାରେ ASO ଆବେଦନକାରୀ। ASO ସାନି ଚୟନ ପ୍ରକ୍ରିୟା ଉପରେ ସ୍ଥଗିତାଦେଶ। ସାନି ଚୟନ ପ୍ରକ୍ରିୟାର ଅଗ୍ରଗତି ଉପରେ ହାଇକୋର୍ଟଙ୍କ ରୋକ। ଜଣିକିଆ ଖଣ୍ଡପୀଠଙ୍କ ରାୟ ଉପରେ ରହିତାଦେଶ। ଜବାବ ଦାଖଲ କରିବାକୁ ଓପିଏସସିକୁ ନିର୍ଦ୍ଦେଶ ରହିଛି । ସେପ୍ଟେମ୍ବର ୨୧ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ଗତବର୍ଷ ଅଗଷ୍ଟ ୨୭ରେ ୭୯୬ଟି ଆସିଷ୍ଟାଣ୍ଟ ସେକ୍ସନ ଅଫିସର-ASO ପଦବୀ ପାଇଁ ପ୍ରାୟ ଦେଢ଼ ଲକ୍ଷ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ ।ଗତ ନଭେମ୍ବର ୭ରେ ପରୀକ୍ଷା ଫଳ ପ୍ରକାଶ ପାଇଥିଲା । ତେବେ ନିୟମ ଅନୁସାରେ ମେଧା ତାଲିକା ପ୍ରସ୍ତୁତ ହୋଇନାହିଁ ବୋଲି ଅଭିଯୋଗ ହୋଇଥିଲା।