ହିଞ୍ଜିଳି ପରେ କଣ୍ଟାବାଞ୍ଜିରେ ପ୍ରାର୍ଥିପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ
ହିଞ୍ଜିଳି ପରେ କଣ୍ଟାବାଞ୍ଜି । ଏଠାରୁ ଆଜି ନାମାଙ୍କନ ଭରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି କଣ୍ଟାବାଞ୍ଜିରେ ପ୍ରାର୍ଥିପତ୍ର ଦାଖଲ କରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ହେଉଛି ନବୀନଙ୍କ ଦ୍ୱିତୀୟ ନିର୍ବାଚନ କ୍ଷେତ୍ର । ଏହି ଜାଗାରୁ ପ୍ରଥମ ଥର ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ନବୀନ ପଟ୍ଟନାୟକ । ପୂର୍ବରୁ ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରି ସାରିଛନ୍ତି ମୁଖ୍ୟମନ୍ତ୍ରୀ।
ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ଟିଟିଲାଗଡ଼ରେ ପହଞ୍ଚିବା ପରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ନାମାଙ୍କନ ଭରିଛନ୍ତି ନବୀନ। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ନାମାଙ୍କନପତ୍ର ଦାଖଲ ପାଇଁ ଜିଲ୍ଲା ପ୍ରଶାସନ ଓ ପୁଲିସ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ହୋଇଛି ।
ସୂଚନାଅନୁଯାୟୀ, ମଙ୍ଗଳବାର ମୁଖ୍ୟମନ୍ତ୍ରୀ ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଥିଲେ । ପ୍ରାର୍ଥିପତ୍ର ଦାଖଲ କରିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ମା’ତାରା ତାରିଣୀଙ୍କ ପୀଠକୁ ଯାଇ ପୂଜାର୍ଚ୍ଚନା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ମୋଟ୍ ସ୍ଥାବର ସମ୍ପତିର ମୂଲ୍ୟ ୫୭ କୋଟି ୨ ଲକ୍ଷ ୧୮ ହଜାର ଟଙ୍କା । ସେହିପରି ଅସ୍ଥାବର ସମ୍ପତିର ପରିମାଣ ୧୪ କୋଟି ୫ ଲକ୍ଷ ୬୦ ହଜାର ୩୬୪ ଟଙ୍କା ।