ଆସାମ ବାଗଜାନରେ ତୈଳକୂପ ଅଗ୍ନିକାଣ୍ଡ ଘଟଣା : ଆସାମ ମୁଖ୍ୟମନ୍ତ୍ରୀଙ୍କ ସହ ଘଟଣାର ସ୍ଥିତି ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଆସାମର ମୁଖ୍ୟମନ୍ତ୍ରୀ ସରବାନନ୍ଦ ସୋନୱାଲ ଏବଂ ମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମାଙ୍କ ସହ ଆସାମର ବାଗଜାନ ଠାରେ ତୈଳକୂପ ଅଗ୍ନିକାଣ୍ଡ
ଘଟଣାର ବର୍ତମାନ ସ୍ଥିତି ଉପରେ ସମୀକ୍ଷା କରିଛନ୍ତି। ଆସନ୍ତାକାଲି ଆସାମର ମୁଖ୍ୟମନ୍ତ୍ରୀଙ୍କ ସହ ବାଗଜାନକୁ ଶ୍ରୀ ପ୍ରଧାନ ଗସ୍ତ କରିବାସହ ଗ୍ରାଉଣ୍ଡ ଜିରୋରୁ ସ୍ଥିତି ଅନୁଧ୍ୟାନ କରିବା ନେଇ ସେ ସୂଚନା ଦେଇଛନ୍ତି। ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ, ଘଟଣାସ୍ଥଳରେ ନିଆଁକୁ ଆୟତ କରିବା ପାଇଁ ନିଆଯାଉଥିବା ପଦକ୍ଷେପ ଉପରେ ଅଏଲ ଇଣ୍ଡିଆ, ଓଏନଜିସି ଏବଂ ପରିଚାଳନା ଟିମ୍ ପକ୍ଷରୁ ବିସ୍ତୁତ ସୂଚନା ଦିଆଯାଇଛି ।
ସେଠାରେ ସ୍ଥିତିକୁ ନିୟନ୍ତ୍ରଣ କରିବା ତଥା କ୍ଷତି ଅଧିକ ନହେବା ପାଇଁ ବିଶେଷଜ୍ଞଙ୍କ ପକ୍ଷରୁ ପରିଚାଳନା କାର୍ଯ୍ୟ ଯୋରସୋରରେ ଚାଲିଛି । ଆମର ଦଳ ୨୪ ଘଂଟା କାର୍ଯ୍ୟ କରୁଛନ୍ତି। ଲୋକଙ୍କ ସୁରକ୍ଷା ଏବଂ କଲ୍ୟାଣ ପାଇଁ ପେଟ୍ରୋଲିୟମ ମନ୍ତ୍ରଣାଳୟ ପ୍ରତିଶ୍ରୁତିବଦ୍ଧ ବୋଲି ଶ୍ରୀ ପ୍ରଧାନ ଏହି ଅବସରରେ ଦୋହରାଇଛନ୍ତି ।