ମହାପ୍ରଭୁଙ୍କ ବନକଲାଗି ପାଇଁ ୪ ଘଣ୍ଟା ବନ୍ଦ ସାଧାରଣ ଦର୍ଶନ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଲାଗି 4ଘଣ୍ଟା ଧରି ସାଧାରଣ ଦର୍ଶନ ବନ୍ଦ ରହିଛି । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଏହି ସେବା କରିବେର ନୀତି ରହିଛି । ଏହି ବିଶେଷ ନୀତି ପାଇଁ ଅପରାହ୍‌ଣ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ରହିଛି ।

ଅପରାହ୍‌ଣରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ସରି ମହାପ୍ରଭୁଙ୍କ ଏହି ସ୍ୱତନ୍ତ୍ର ନୀତି ହେବ । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ବ୍ୟବହାର କରାଯାଏ । ବନକଲାଗି ଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ ।

Leave a comment